ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜନତାଙ୍କ ଉପରେ ମହଙ୍ଗାମାଡାର ଝଟକା । ଲଗାତାର ବଢିଚାଲିଛି ତୈଳ ଦର । ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ ୭୬ ରୁ ୮୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଡିଜେଲ ଦରରେ ୬୭ ରୁ ୭୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୦.୨୧ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୯୧.୪୭ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୯.୬୫ ଟଙ୍କା ଏବଂ ଡିଜେଲ ୯୪.୬୨ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୧୫.୦୪ ଟଙ୍କା ଏବଂ ଡିଜେଲ ଦର ୯୯.୨୫ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୦୫.୯୪ ଟଙ୍କା ଏବଂ ଡିଜେଲ ୯୬.୦୦ ଟଙ୍କା ରହିଛି ।
ସୂଚନାଯୋଗ୍ୟ ଓଡିଶା, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ,ତେଲେଙ୍ଗାନା, କର୍ଣ୍ଣାଟକ, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପେଟ୍ରୋଲ ଦର ୧୦୦ ଉପରେ ରହିଛି ।