ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ସରକାରୀ ତୈଳ କମ୍ପାନୀ ପକ୍ଷରୁ ପୁଣି ଆଜି ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି । ଡିଜେଲ ଦରରେ ୨୫ ରୁ ୩୦ ପଇସା ପର୍ଯନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୭ ରୁ ୨୯ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୮୭.୬୦ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୭୭.୭୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୮୮.୯୨ ଟଙ୍କା ଏବଂ ଡିଜେଲ ୮୧.୩୧ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୪.୧୨ ଟଙ୍କା ଏବଂ ଡିଜେଲ ଦର ୮୪.୬୩ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୮୯.୯୬ ଟଙ୍କା ଏବଂ ଡିଜେଲ ୮୨.୯୦ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।