ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଲଗାତର ହେବ ପେଟ୍ରୋଲ ଏବଂ ଡିଜେଲ ଦର ହୁ ହୁ ହୋଇ ବଢି ଚାଲିବା ପରେ ତିନି ଦିନ ଦର ସ୍ଥିର ରହିଥିଲା । କିନ୍ତୁ ପୁଣି ଆଜି ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି । ଆଜି ଡିଜେଲ ଦରରେ ୧୫ ରୁ ୧୬ ପଇସା ପର୍ଯନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୪ ରୁ ୨୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୧.୧୭ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୧.୪୭ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୧.୩୫ ଟଙ୍କା ଏବଂ ଡିଜେଲ ୮୪.୩୫ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୭.୫୭ ଟଙ୍କା ଏବଂ ଡିଜେଲ ଦର ୮୮.୬୦ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୩.୧୧ ଟଙ୍କା ଏବଂ ଡିଜେଲ ୮୬.୪୫ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।