ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦୁଇ ଦିନ ଦର ସ୍ଥିର ରହିବା ପରେ ଏବେ ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ହୋଇଛି । ସେହିପରି ଆଜି ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୩୧ ରୁ ୩୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୩ ରୁ ୨୬ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୧.୫୩ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୨.୦୬ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୧.୬୬ ଟଙ୍କା ଏବଂ ଡିଜେଲ ୮୪.୯୦ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୭.୮୬ ଟଙ୍କା ଏବଂ ଡିଜେଲ ଦର ୮୯.୧୭ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୩.୩୮ ଟଙ୍କା ଏବଂ ଡିଜେଲ ୮୬.୯୬ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।