ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଗୋଟେ ଦିନ ଦର ସ୍ଥିର ରହିବା ପରେ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୩୨ ରୁ ୩୬ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୫ ରୁ ୨୯ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୨.୩୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୨.୯୫ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୨.୪୪ ଟଙ୍କା ଏବଂ ଡିଜେଲ ୮୫.୭୯ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୮.୬୫ ଟଙ୍କା ଏବଂ ଡିଜେଲ ଦର ୯୦.୧୧ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୪.୦୯ ଟଙ୍କା ଏବଂ ଡିଜେଲ ୮୭.୮୧ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।