ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ସରକାରୀ ତୈଳ କମ୍ପାନୀ ପକ୍ଷରୁ ପୁଣି ଆଜି ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି । ପ୍ରତିଦିନ ତୈଳ ଦରରେ ନୂତନ ରେକର୍ଡ ଭାଙ୍ଗୁଛି । ଆଜି ଡିଜେଲ ଦରରେ ୨୪ ରୁ ୨୬ ପଇସା ପର୍ଯନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୩ ରୁ ୨୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୮୯.୫୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୭୯.୯୫ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୦.୭୮ ଟଙ୍କା ଏବଂ ଡିଜେଲ ୮୩.୫୪ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୬.୦୦ ଟଙ୍କା ଏବଂ ଡିଜେଲ ଦର ୮୬.୯୮ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୧.୬୮ ଟଙ୍କା ଏବଂ ଡିଜେଲ ୮୫.୦୧ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।