ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗା ହେବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଲଗାତର ଭାବେ ଦର ବୃଦ୍ଧି ହେବାରେ ଲାଗିଛି । ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ଆଜି ପୁଣି ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୨୬ ରୁ ୨୭ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୭ ରୁ ୨୮ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୫.୩୧ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୬.୨୨ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୫.୨୮ ଟଙ୍କା ଏବଂ ଡିଜେଲ ୮୯.୦୭ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୧.୫୨ ଟଙ୍କା ଏବଂ ଡିଜେଲ ଦର ୯୩.୯୮ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୬.୭୧ ଟଙ୍କା ଏବଂ ଡିଜେଲ ୯୦.୯୨ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।