ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜନତାଙ୍କ ଉପରେ ମହଙ୍ଗାମାଡ ଜାରି ରହିଛି । ଲଗାତାର ତୈଳ ଦର ବୃଦ୍ଧି ହେବାରେ ଲାଗିଛି । ୧୬ ଦିନ ମଧ୍ୟରେ କେବଳ ଦୁଇ ଦିନ ତୈଳ ଦରରେ କୌଣସି ପରିବର୍ତ୍ତନ ହୋଇନଥିଲା । ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ଲିଟର ପିଛା ପେଟ୍ରୋଲ ଦରରେ ୭୪ ରୁ ୮୪ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଡିଜେଲ ଦରରେ ୭୫ ରୁ ୮୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୫.୪୧ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୯୬.୬୭ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୫.୧୨ ଟଙ୍କା ଏବଂ ଡିଜେଲ ୯୯.୮୩ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୨୦.୫୧ ଟଙ୍କା ଏବଂ ଡିଜେଲ ଦର ୧୦୪.୭୭ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୧୦.୮୫ ଟଙ୍କା ଏବଂ ଡିଜେଲ ୧୦୦.୯୪ ଟଙ୍କା ରହିଛି ।