ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତର ଭାବେ ବଢୁଥିବା ତୈଳ ଦର ସାଧାରଣ ଜନତାଙ୍କ ଉପରେ ପ୍ରଭାବ ପକାଉଛି । ଏନେଇ ସମସ୍ତେ ଚିନ୍ତାରେ । ସେହିପରି ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ ୨୩ ରୁ ୩୭ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଡିଜେଲ ଦରରେ ୩୦ ରୁ ୩୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୪.୪୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୯୩.୧୭ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୦୫ ଟଙ୍କା ଏବଂ ଡିଜେଲ ୯୬.୨୪ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୧୦.୪୧ ଟଙ୍କା ଏବଂ ଡିଜେଲ ଦର ୧୦୧.୦୩ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୦୧.୭୬ ଟଙ୍କା ଏବଂ ଡିଜେଲ ୯୭.୫୬ ଟଙ୍କା ରହିଛି ।