ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତାର ଭାବେ ବଢିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ଆଜି ପୁଣି ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୩୦ ରୁ ୩୧ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୮ ରୁ ୨୯ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୬.୪୧ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୭.୨୮ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୬.୩୪ ଟଙ୍କା ଏବଂ ଡିଜେଲ ୯୦.୧୨ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୨.୫୮ ଟଙ୍କା ଏବଂ ଡିଜେଲ ଦର ୯୪.୭୦ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୭.୬୯ ଟଙ୍କା ଏବଂ ଡିଜେଲ ୯୧.୯୨ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।