ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତର ଭାବେ ବଢୁଥିବା ତୈଳ ଦର ସାଧାରଣ ଜନତାଙ୍କ ଉପରେ ପ୍ରଭାବ ପକାଉଛି । ଏନେଇ ସମସ୍ତେ ଚିନ୍ତାରେ । ସେହିପରି ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ ୩୦ ରୁ ୩୪ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଡିଜେଲ ଦରରେ ୩୩ ରୁ ୩୭ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୫.୪୯ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୯୪.୨୨ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬.୧୦ ଟଙ୍କା ଏବଂ ଡିଜେଲ ୯୭.୩୩ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୧୧.୪୩ ଟଙ୍କା ଏବଂ ଡିଜେଲ ଦର ୧୦୨.୧୫ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୦୨.୭୦ ଟଙ୍କା ଏବଂ ଡିଜେଲ ୯୮.୫୯ ଟଙ୍କା ରହିଛି ।