ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବା ବେଳେ ତୈଳ କମ୍ପାନୀ ପକ୍ଷରୁ ଆଜି କେବଳ ପେଟ୍ରୋଲ ଦରରେ ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ ୪୦ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । କିନ୍ତୁ ଆଜି ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୯.୧୬ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୯.୧୮ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୯.୦୪ ଟଙ୍କା ଏବଂ ଡିଜେଲ ୯୨.୦୩ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୫.୨୪ ଟଙ୍କା ଏବଂ ଡିଜେଲ ଦର ୯୬.୭୨ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୦୦.୧୩ ଟଙ୍କା ଏବଂ ଡିଜେଲ ୯୩.୭୨ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।