ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗା ହେବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଗୋଟେଦିନ ଲେଖାଏଁ ସ୍ଥିର ରହି ଦେଶରେ ମହଙ୍ଗା ହେଉଛି ପେଟ୍ରୋଲ ଓ ଡିଜେଲ । ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ଆଜି ପୁଣି ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୨୪ ରୁ ୨୮ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୮ ରୁ ୨୯ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୪.୨୩ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୫.୧୫ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୪.୨୫ ଟଙ୍କା ଏବଂ ଡିଜେଲ ୮୮.୦୦ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୦.୪୭ ଟଙ୍କା ଏବଂ ଡିଜେଲ ଦର ୯୨.୪୫ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୫.୭୬ ଟଙ୍କା ଏବଂ ଡିଜେଲ ୮୯.୯୦ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।