ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହେଉ ହେଉ ସାଧାରଣ ଜନତାଙ୍କ ପକେଟରେ ହୋଇଛି ମହଙ୍ଗା ମାଡ । ଲଗାତର ଭାବେ ତିନି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ଆଜି ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି । ଆଜି ଡିଜେଲ ଦରରେ ୪୫ ରୁ ୫୧ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୩୫ ରୁ ୪୪ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୦.୯୯ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୧.୪୨ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୧.୧୪ ଟଙ୍କା ଏବଂ ଡିଜେଲ ୮୪.୨୬ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୭.୩୪ ଟଙ୍କା ଏବଂ ଡିଜେଲ ଦର ୮୮.୪୯ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୨.୯୦ ଟଙ୍କା ଏବଂ ଡିଜେଲ ୮୬.୩୫ ଟଙ୍କା ରହିଛି ।
ସେହିଭଳି ରାଜ୍ୟରେ ମଧ୍ୟ ପେଟ୍ରୋଲ ଓ ଡିଜେଲର ଦର ବଢ଼ିଛି । ଆଜି ରାଜ୍ୟର ୮ଟି ଜିଲ୍ଲାରେ ପେଟ୍ରୋଲ ଦର ୯୪ ଟଙ୍କା ଉପରେ ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।