ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତର ଭାବେ ବଢି ଚାଲିଛି ତୈଳ ଦର । ଗୋଟେଦିନର ଆଶ୍ୱସ୍ତି ପରେ ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ ୨୬ ରୁ ୩୦ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଡିଜେଲ ଦରରେ ୩୫ ରୁ ୩୮ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୩.୨୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୯୧.୭୭ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩.୯୪ ଟଙ୍କା ଏବଂ ଡିଜେଲ ୯୪.୮୮ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୯.୨୫ ଟଙ୍କା ଏବଂ ଡିଜେଲ ଦର ୯୯.୫୫ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୦୦.୭୫ ଟଙ୍କା ଏବଂ ଡିଜେଲ ୯୬.୨୬ ଟଙ୍କା ରହିଛି ।
ସୂଚନାଯୋଗ୍ୟ ଓଡିଶା, ଆନ୍ଧପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ତେଲେଙ୍ଗାନା, କର୍ଣ୍ଣାଟକ, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପେଟ୍ରୋଲ ଦର ୧୦୦ ଉପରେ ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।