ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ଅପରାହ୍ନ ୪ଟା ୩୦ ରେ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାର ନାଯ୍ୟା ଦାବିକୁ କେନ୍ଦ୍ର ନିକଟରେ ଉପସ୍ଥାପନା କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ବିଭିନ୍ନ ପ୍ରସଙ୍ଗ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।
୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ଆଜି ମୋଦଙ୍କୁ ଭେଟିବା ସହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ।