ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ତୁଳମୁହାଁ ହେଉଛି କରୋନା ଗ୍ରାଫ୍ । ଯାହାଫଳରେ ଏବେ ଦେଶରେ ୧୫ ହଜାର ତଳେ ଆକ୍ରାନ୍ତଙ୍କ ସଂଖ୍ୟା ଖସିଥିବା ବେଳେ ଗତକାଲି ୧୦ ହଜାର ତଳେ ରୋଗୀ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ୧୧ ହଜାର ଉପରେ ରୋଗୀ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧୧ ହଜାର ୦୬୭ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୮,୫୮,୩୭୧ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୯୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୫,୨୫୨ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୦୫,୬୧,୬୦୮ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୧,୪୧,୫୧୧ ଟି ସକ୍ରିୟ ମାମଲା ରହିଛି ।