ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜାରି ରହିଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଥିବା ବେଳେ ଏବେ କିଛି ଦିନ ହେବ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଥିଲା କିନ୍ତୁ ଏବେ ପୁଣି ୪୫ ହଜାର ଉପରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ,ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪୫ ହଜାର ୨୦୯ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦, ୯୫,୮୦୭ କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୫୦୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୩୩,୨୨୭ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥ ହାର ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୪୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ଦେଶରେ ମୋଟ ୪,୪୦,୯୬୨ ସକ୍ରିୟ ମାମଲା ରହିଛି ।