ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନାର ପ୍ରଭାବ ଥମିବାର ନାଁ ଧରୁନି । ଦ୍ରୁତ ଗତିରେ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ବି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୬୫୬୬ ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୧୯୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୫୮ ହଜାର ୩୩୩ କୁ ବୃଦ୍ଧି ପାଇଛି ।
ଏଥିରେ ୮୬ ହଜାର ୧୧୦ ଟି ସକ୍ରିୟ ମାମଲା ରହିଥିବା ବେଳେ ୬୭ ହଜାର ୬୯୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଏହାସହିତ ଏପର୍ଯ୍ୟନ୍ତ ୪ ହଜାର ୫୩୧ ଜଣଙ୍କର ଏଥିରେ ମୃତ୍ୟୁ ଘଟିଛି ।