ଭୁବନେଶ୍ୱର,(ଏଟିଆର ବ୍ୟୁରୋ): ବହୁଚର୍ଚ୍ଚିତ କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ ଷ୍ଟାର ସଲମାନ ଖାନ ଆଜି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଯୋଧପୁର ଜିଲ୍ଲା ଓ ସେସନ୍ସ କୋର୍ଟ ଏହି ମାମଲାର ଶୁଣାଣି କରି ସଲମାନଙ୍କୁ ୫ବର୍ଷ ଜେଲଦଣ୍ଡ ସାଙ୍ଗକୁ ୧୦ହଜାର ଟଙ୍କା ଜୋରିମାନା ଦେବାକୁ କହିଛନ୍ତି ।
ଦୁଇ ଦଶନ୍ଧି ଧରି ଚାଲିଥିବା ଏହି ମାମଲାରେ ସଲମାନ ଏକୁଟିଆ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅନ୍ୟ ସବୁ ଅଭିଯୁକ୍ତ ସୈଫ ଅଲୀ ଖାନ, ସୋନାଲି ବେନ୍ଦ୍ରେ, ନୀଲମ ଓ ତବୁ ଦୋଷୀମୁକ୍ତ ହୋଇଛନ୍ତି । ୧୯୯୮ ମସିହା ଅକ୍ଟୋବର ୨ ତାରିଖରେ ଯୋଧପୁରରେ କୃଷ୍ଣସାର ମୃଗ ଶିକାର କରାଯାଇଥିଲା । ସଲମାନଙ୍କ ସମେତ ଅନ୍ୟ କଳାକାରମାନେ ହିନ୍ଦୀ ଫିଲ୍ମ ହମ ସାଥ ସାଥ ହେଁର ସୁଟିଂ ବେଳେ କୃଷ୍ଣସାର ମୃଗ ଶିକାର କରିଥିବା ନେଇ ଅଭିଯୋଗ ହୋଇଥିଲା ।