ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଆଜି ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିଛନ୍ତି । ସିଜେଆଇ ଏନ ଭି ରମନ୍ନା ତାଙ୍କ ଶପଥ ପାଠ କରାଇଛନ୍ତି ।
ଏହି ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ସମେତ ଅନେକ ବଡ ବଡ ନେତା ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଦ୍ରୌପଦୀ ମୁର୍ମୁ ଶପଥ ନେବା ପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ।