ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ନିଜ ମସ୍ତିସ୍କ ଅସ୍ତ୍ରୋପଚାର କରିବା ପାଇଁ ଯାଇଥିବା ବେଳେ ଦେଶର ପୂର୍ବତନ ରାଷ୍ଟପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ ଚିନ୍ହଟ ହୋଇଥିଲେ । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ।ରେ ଆଜି ଯାଏ କୌଣସି ପରିବର୍ତ୍ତନ ଆସିନାହିଁ । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଡାକ୍ତର କହିଛନ୍ତି ସେ ଗଭୀର କୋମାରେ ଅଛନ୍ତି । ସେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି ।ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ମେଡିକାଲ ବିଜ୍ଞପ୍ତି ଜାରି କରି କହିଛନ୍ତି ଯେ ପ୍ରଣବ ମୁଖାର୍ଜୀ ଗତ ୧୭ ଦିନ ହେଲା ହସ୍ପିଟାଲରେ ଭର୍ତ୍ତି ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ହସ୍ପିଟାଲ ଅଧିକାରୀ କହିଛନ୍ତି ଯେ ପ୍ରଣବ ମୁଖାର୍ଜୀଙ୍କ ଫୁସଫୁସରେ ସଂକ୍ରମଣ ବଢିଛି । ସେଥିପାଇଁ ତାଙ୍କର ଚିକିତ୍ସା କରାଯାଉଛି । ମଙ୍ଗଳବାର ଠାରୁ ତାଙ୍କ କିଡନୀର ସ୍ଥିତି ମଧ୍ୟ ଭଲ ନଥିଲା କଥା ଡାକ୍ତର କହିଛନ୍ତି । ତାଙ୍କ ହୃଦୟ ସଠିକ ଭାବେ କାମ କରୁଛି ଏବଂ ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ସାମାନ୍ୟ ରହିଛି କିନ୍ତୁ ସେ ଏବେ ଗୁରୁତର ଅବସ୍ଥାରେ ଅଛନ୍ତି । କିଛି ଦିନ ପୂର୍ବରୁ ତାଙ୍କ ଝିଅ ପିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଟ୍ୱିଟ କରି ଜଣାଇଥିଲେ ଓ ତାଙ୍କର ସ୍ୱାସ୍ଥ୍ୟରେ ସୁଧାର ଆଣିବା ପାଇଁ ଇଶ୍ୱରଙ୍କ ପାଖରେ ପ୍ରାର୍ଥନା କରିବାକୁ କହିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024