ଦିଲ୍ଲୀ ( ଏଟିଆର ବ୍ୟୁରୋ): ଆଜି ଦିଲ୍ଲୀ ଝାନ୍ସୀ ରୋଡରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଏଥିରେ ୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ ଜଣରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିବା ବେଳେ ଗୁରୁତର ମାନଙ୍କୁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି । ସେହିଭଳି ଦିଲ୍ଲୀ ସରକାର ମୃତକଙ୍କୁ ୧୦ ଲକ୍ଷ ଓ ଗୁରୁତରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।
ସେହିଭଳି ବିଜେପି ଅଧ୍ୟକ୍ଷ ମନୋଜ ତିୱାରୀ ମୃତକଙ୍କ ପରିବାରକୁ ୫ ଲକ୍ଷ ଏବଂ ଆହତଙ୍କୁ ୨୫ ହଜାର ଟଙ୍କା ଘୋଷଣା କରିଛନ୍ତି । ହି ଦୁଃଖଦ ଘଟଣାକୁ ନେଇ, ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ରାହୁଲ ଗାନ୍ଧୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି ।