ଜୟପୁର(ଏଟିଆର ବ୍ୟୁରୋ): ଭାରତରେ କରୋନା କରିଛି ତାର ପଞ୍ଚମ ଶିକାର । ଆଜି ଆଉ ଏକ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ଭାରତରେ କରୋନା ଭାଇରସ ଦ୍ୱାରା ୫ଜଣଙ୍କ ମୃତ୍ୟୁ ଘଟିଛି । ରାଜସ୍ଥାନର ଜୟପୁରରେ ଜଣେ ଇଟାଲି ନାଗରିକ କରୋନା ଭାଇରସରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ଜଣାପଡିଛି । ସୂଚନା ଅନୁସାରେ ମୃତ୍ୟୁକଙ୍କୁ ଜୟପୁର ସବାଇ ମାନ ସିଂହ ହସ୍ପିଟାଲର ଆଇସୋଲେଶନ ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଥିଲା । ଚିକିତ୍ସଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ତେବେ ରାଜସ୍ଥାନରେ କରୋନ ଭାଇରସରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଥିବା ଏହା ପ୍ରଥମ ଘଟଣା ।
ସୂଚନା ଯୋଗ୍ୟ ସାରା ବିଶ୍ୱକୁ ଏବେ କରୋନା ଭୟ । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ ୭ ହଜାରରୁ ଅଧିକ ଜୀବନ ନେଇ ସାରିଲାଣି । ସେହିପରି ଭାରତରେ ୧୯୫ରୁ ଉର୍ଦ୍ଧ ବ୍ୟକ୍ତି ଏହି ଭାଇରସରେ ଆକ୍ରାନ୍ତା ହୋଇଥିବାର ସୂଚନା ରହିଛି । ଏଥିରେ ୩୨ ଜଣ ବିଦେଶୀ ନାଗରିକ ଥିବାର ଜଣାପଡିଛି । ଅନ୍ୟପଟେ କରୋନା ମୁକାବିଲା ପାଇଁ ଆସନ୍ତା ୨୨ ତାରିଖ ଦିନ ଜନତା କର୍ଫ୍ୟୁ ପାଇଁ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ଗାଇଡ ଲାଇନ ଜାରି କରାଯାଇଛି । ତେବେ ପୂର୍ବରୁ ମୁମ୍ବାଇ, କର୍ଣ୍ଣାଟକା, ଦିଲ୍ଲୀ ଓ ପଞ୍ଜାବରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।