ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଥମୁନି କରୋନା ପ୍ରକୋପ । ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କଠାରେ କରୋନା ପଜିଟିଭ୍ ଆସିଛି । ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ରିପୋର୍ଟ ମୁତାବକ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମା’ଙ୍କର ସ୍ୱାସ୍ଥ୍ୟ ଖରାପ ଥିବାରୁ ସେମାବାର ତାଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଉଭୟଙ୍କ ଠାରେ କରୋନା ଲକ୍ଷଣ ଦେଖିବାକୁ ମିଳିଥିଲା । ଏହାପରେ ତାଙ୍କର ଟେଷ୍ଟ ହୋଇଥିଲା । ତାଙ୍କର ରିପୋର୍ଟ ଏବେ ପଜିଟିଭ୍ ଆସିଛି । ଉଭୟଙ୍କର ହସ୍ପିଟାଲରେ ଏବେ ଚିକିତ୍ସା ଚାଲିଛି ।