ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରୁ ପ୍ରତିଦିନ ହଜାର ହଜାର ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଯାହାଫଳରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ଲକ୍ଷ ପାରକରିଛି । ସଂକ୍ରମିତଙ୍କ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଇବାରେ ଲାଗିଛି ସେହିପରିମାଣରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ।
ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କର ସମସ୍ତ ପ୍ରୟାସ ସତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ବିଶେଷ କରି ୭ଟି ରାଜ୍ୟର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ସେହିସବୁ ରାଜ୍ୟ ଗୁଡିକ ହେଲା ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତରପ୍ରଦେଶ, ତମିଲନାଡୁ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ଓ ପଞ୍ଜାବ । ଏହିସବୁ ରାଜ୍ୟରେ ଅଧିକ ସଂଖ୍ୟାକ କରୋନା ଆକ୍ରାନ୍ତ ଚିହ୍ନଟ ଯାହା ଏବେ କେନ୍ଦ୍ର ସରକାରଙ୍କର ଚିନ୍ତାକୁ ବଢାଇଛି ।
ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପୁଣି ଥରେ ଆଲୋଚନା କରିବେ । ସଂନ୍ଧ୍ୟା ୫ଟା ସମୟରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେସ୍ ମାଧ୍ୟମରେ କଥା ହେବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ଏହି ୭ଟି ରାଜ୍ୟରେ ଦେଶର ୬୩ ପ୍ରତିଶତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୭ଟି ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ହାର ୭୭ ପ୍ରତିଶତ ।
ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ, ରାଜ୍ୟ ଗୁଡ଼ିକର ସ୍ୱାସ୍ଥ୍ୟ ସ୍ଥିତି, ଚିକିତ୍ସା ଉପକରଣର ସ୍ଥିତି ଏବଂ ଭିତିଭୂମି ନେଇ ସଂପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024