ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଦେଶର ନୂତନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କୁ ସାରା ଓଡିଶା ବାସୀଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଭାବରେ ନିର୍ବାଚିତ ହୋଇଛନ୍ତି ଓଡିଆ ଝିଅ ଦ୍ରୌପଦୀ । ତାଙ୍କର ଏହି ସଫଳତା ପାଇଁ ଜଣେ ଓଡିଆ ହିସାବରେ ଆମେ ଗର୍ବିତ ।
ଆସନ୍ତା ଜୁଲାଇ ୨୫ ରେ ନୂତନ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ ଦ୍ରୌପଦୀ ମୁର୍ମୁ । ତାଙ୍କର ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଜଣାପଡିଛି ।