ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ପାରମ୍ପରିକ ଆଦିବାସୀ ନାଚ ଗୀତରେ ସମ୍ବର୍ଦ୍ଧନା କରାଯାଇଥିଲା । ଏହାପରେ ସେ ବିମାନରେ ବସି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ । ସେଠାରେ ଓଡିଶା ଭବନରେ ଦୌପଦୀଙ୍କ ରହିବା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
ଆସନ୍ତାକାଲି ତଥା ୨୪ ତାରିଖରେ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥା ଭାବେ ନାମାଙ୍କନ ଦାଖଲ କରିବେ ।