ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପା ପୁଣି ଥରେ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି କି ସାମାନ୍ୟ ଜ୍ୱର ଆସିବା ପରେ ମୁଁ କରୋନା ଟେଷ୍ଟ କରାଇଥିଲି । ଏବଂ ମୋର ରିପୋର୍ଟ ପଜିଟିଭ ଆସିଛି ।
ସେ ଆଗକୁ ଆହୁରୀ ମଧ୍ୟ କହିଛନ୍ତି କି, ମୁଁ ଠିକ୍ ଅଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲରେ ଭର୍ତ୍ତି ହେଉଛି । ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସତର୍କ ଏବଂ କ୍ୱାରେଣ୍ଟାଇନ୍ ରେ ରୁହନ୍ତୁ ।
ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ ସେ । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ ।