ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥା ଭାବେ ଜଗଦୀପ ଧନଖଡ ଆଜି ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରୀୟ ମନ୍ତ୍ରୀ ନୀତିନ ଗଡକରୀ, ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପ୍ପୀ ନଡ୍ଡା ଏବଂ ଅନ୍ୟ ବିଜେପି ନେତାମାନେ ଉପସ୍ଥିତ ଥିଲେ ।
ସେହିପରି ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡଙ୍କୁ ବିଜେଡି ମଧ୍ୟ ସମର୍ଥନ କରୁଛି । ସେଥିପାଇଁ ନାମାଙ୍କନ ଦାଖଲ ସମୟରେ ପୁରୀ ସାଂସଦ ପୀନାକୀ ମିଶ୍ର ଉପସ୍ଥିତ ଥିଲେ ।