ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସଂସଦ ଭବନରେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଛନ୍ତି ମୁର୍ମୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଉପସ୍ଥିତ । ଏହାସହିତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପ୍ପୀ ନଡ୍ଡା, କ୍ୟାବିନେଟ ମନ୍ତ୍ରୀ ଏବଂ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ଥିଲେ ।
ଗତ ଜୁନ୍ ୨୧ ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ବିଜେପି ମୁଖ୍ୟାଳୟରେ ବସିଥିବା ପାର୍ଟି ସଂସଦୀୟ ଦଳ ବୈଠକ ପରେ ରାଷ୍ଟ୍ରପତି ପଦ ପ୍ରାର୍ଥୀ ପାଇଁ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା କରାଯାଇଥିଲା ।