ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ।
ଭଦ୍ରକରେ ବାବା ଅଖଣ୍ଡଳମଣୀଙ୍କୁ ଦର୍ଶନ କରିବା ସହ ଧାମନଗରରେ ଆୟୋଜିତ ହୋଇଥିବା ସାଧାରଣ ସଭାରେ ଯୋଗ ଦେବେ । ଏହାପରେ ଭୁବନେଶ୍ୱରରେ ବରିଷ୍ଠ ନେତୃତ୍ୱଙ୍କ ସହ ବୈଠକ କରି ପୁଣି ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।