ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପୁଣି ଉତ୍ତରପ୍ରଦେଶରେ ଯୋଗୀ ରାଜ୍ । ଦ୍ୱିତୀୟ ଥର ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଯୋଗୀ ଆଦିତ୍ୟନାଥ । ଲଖନଉ ର ଏକାନା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିବା ଶପଥ ସମାରୋହରେ ଯୋଗୀ ଶପଥ ପାଠ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନେକ ନେତା, ମନ୍ତ୍ରୀ ଆଦି ସାମିଲ ହୋଇଥିଲେ ।
ଏକାନା ଷ୍ଟାଡିୟମରେ ରାଜ୍ୟପାଳ ଆନନ୍ଦିବନ୍ ପଟେଲ ଯୋଗୀଙ୍କୁ ଶପଥ ପାଠ କରାଇଥିଲେ । ଏହି ଅବସରରେ ଷ୍ଟାଡିୟମରେ ୫୦ ହଜାରରୁ ଅଧିକ ଲୋକ ଉପସ୍ଥିତ ଥିଲେ ।