ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ନଭେମ୍ବର ୧୦ ଅର୍ଥାତ ଆସନ୍ତାକାଲିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିବେ ଦ୍ରୌପଦୀ ମୁର୍ମୁ ।
ରାଷ୍ଟ୍ରପତି ମୁର୍ମୁ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପୁରୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଓ ମହାପ୍ରସାଦ ସେବନର କାର୍ଯ୍ୟକ୍ରମ ରହିଛି ।
ସେପଟେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିମାନବନ୍ଦର, ରୁଟ ଲାଇନଠୁ ରାଜଭବନ ଯାଏଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ । ସୁରକ୍ଷା ପାଇଁ ୫୫ ପ୍ଲାଟୁନ ପୋଲିସ ଏବଂ ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ହେବେ ।