ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଭାଇ ଭଉଣୀଙ୍କୁ ନେଇ ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଯିବେ ମହାପ୍ରଭୂ କାଳିଆ ଠାକୁର । ଏହି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
ରାଷ୍ଟ୍ରପତି ଟ୍ୱିଟ କରି କହିଛନ୍ତି କି, ରଥଯାତ୍ରାର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କ ବିଶେଷ କରି ଓଡିଶାର ସମସ୍ତ ଭକ୍ତଙ୍କୁ ମୋର ହାର୍ଦ୍ଧିକ ଶୁଭେଚ୍ଛା ଓ ଶୁଭକାମନା । ପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସମସ୍ତ ଦେଶବାସୀ ଜୀବନ ସୁଖ, ସମୃଦ୍ଧି ଏବଂ ସୁସ୍ଥ ରହୁ ।