ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆଜି ହେଉଛି ଓଡିଶା ତଥା ଉତ୍କଳ ଦିବସ ।ଏହି ଅବସରରେ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ସେ ଟ୍ୱିଟ କରି କହିଛନ୍ତି କି, ଓଡିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଉଛି । ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ ଇଞ୍ଜିନ୍ ହେବାର ସାମର୍ଥ୍ୟ ବହନ କରେ । ମୁଁ ଓଡିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରୁଛି ।
ଅନ୍ୟପଟେ ଉତ୍କଳ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମଧ୍ୟ ଓଡିଶା ଦିବସରେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।