ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପୁଣି ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପରେ ଏବେ ପଞ୍ଜାବରେ ମଧ୍ୟ ନାଇଟ କର୍ଫ୍ୟୁ ଜାରି କରାଯାଇଛି । ଆଜିଠାୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ରାତି ୯ଟାରୁ ସକାଳ ୫ଟା ଯାଏ ଲାଗୁ ହେବ ନାଇଟ କର୍ଫ୍ୟୁ । ଏହି ସମୟରେ ରାଜ୍ୟରେ କଟକଣା ଜାରି ରହିବ ।
ଏହାପୂର୍ବରୁ ରାଜଧାନୀ ଦିଲ୍ଲୀରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଘୋଷଣା କରାଯାଇଥିଲା । ଦିଲ୍ଲୀରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହୁଛି ।
ସେପଟେ ଯେଉଁ ଭଳି ଭାବେ କରୋନା ସଂକ୍ରମଣ ବଢିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ସରକାର ମଧ୍ୟ ନାଇଟ କର୍ଫ୍ୟୁ ପାଇଁ ଘୋଷଣା କରିପାରନ୍ତି ବୋଲି ଅନୁମାନ କରାଯାଉଛି ।