କଟକ(ଏଟିଆର ବ୍ୟୁରୋ): ଡିସେମ୍ବର ୨୨ତାରିଖରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଦିନିକିଆ ମ୍ୟାଚ ପାଇଁ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉକ୍ରଣ୍ଠା ଦେଖିବାକୁ ମିଳିଛି ।
ଗୁରୁବାର ବାରବାଟୀ ଦିନିକିଆ ମ୍ୟାଚ ପାଇଁ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଥିଲା, ଆରମ୍ଭ ହେବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ହିଁ ସରିଯାଇଥିଲା ଟିକେଟ । ଗୁରୁବାର ସକାଳୁ ହିଁ ଅନଲାଇନ ଟିକେଟ ପାଇଁ ଅପେକ୍ଷା କରି ରହିଥିଲେ କ୍ରିକେଟପ୍ରେମୀ । ତେବେ ସନ୍ଧ୍ୟା ୫ଟାରେ ଆରମ୍ଭ ହୋଇଥିଲା ବୁକିଂ । କେବଳ ଦୁଇଟି ୱେବସାଇଟରେ ବିକ୍ରି କରାଯାଇଥିଲା ଟିକେଟ, ପେଟିଏମ.କମ ଓ ଇନସାଇଡର.କମ ରେ ଅନଲାଇନ ବିକ୍ରି ହୋଇଥିଲା ଟିକେଟ ।
ମାତ୍ର ଘଣ୍ଟାଏ ଭିତରେ ୮୧୫୦ ଟିକେଟ ବିକ୍ରି ହୋଇଥିବା ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ସୁଚନା ମିଳିଛି । ଯେଉଁ କ୍ରିକେଟପ୍ରେମୀ ଅନଲାଇନରେ ଟିକେଟ କିଣିପାରିନାହାନ୍ତି ସେମାନେ ଡିସେମ୍ବର ୧୯ ଏବଂ ୨୦ତାରିଖରେ ଷ୍ଟାଡିୟମ କାଓଣ୍ଟରରୁ ଟିକେଟ କିଣିପାରିବେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024