ମୟୁରଭଞ୍ଜ( ଏଟିଆର ବ୍ୟୁରୋ ) ; ବାଇକକୁ ମୁହାଁ ମୁହିଁ ଧକ୍କା ଦେଲା ବସ । ଫଳରେ ଚାଲିଗଲା ଗୋଟିଏ ନିରୀହ ଜୀବନ । ଏଭଳି ଅଭାବନୀୟ ଘଟଣା ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର କଲେଜ ଛକରେ ଘଟିଛି । ଆଜି ସକାଳ ୮ ଟା ସମୟରେ ଏଭଳି ଦୁର୍ଘଟଣା ଘଟିଥିବାର ଜଣାପଡିଛି । ବସ୍ଟି କରଞ୍ଜିଆରୁ ଟାଟା ଯାଉଥିଲା ବେଳେ ବାଇକ ସହ ଦୁର୍ଘଟଣା ଘଟିଥିଲା । ତେବେ ବାଇକରେ ୩ ଜଣଙ୍କ ମଧ୍ୟରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସେହିପରି ମୃତ ବୃଦ୍ଧାଙ୍କ ନିଜ ଝିଅ ଏବଂ ଜ୍ୱାଇଁ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ମୃତ ବୃଦ୍ଧା ଜଣକ ହେଲେ ବାଚା ସୋରେନ୍ । ତେବେ ଏଭଳି ଦୁଃଖଦ ଦୁର୍ଘଟଣା କୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ବସ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024