ଭୁବନେଶ୍ୱର(ଏଟିଆର ବ୍ୟୁରୋ): ସାଙ୍ଗଠନିକ ସ୍ତରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଦଳବଦଳ କରିଛନ୍ତି । ରାଜ୍ୟସଭା ସାଂସଦ ସୌମରଞ୍ଜନ ପଟ୍ଟନାୟକଙ୍କୁ ଅବିଭକ୍ତ କୋରାପୁଟ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ପ୍ରତାପ ଜେନାଙ୍କୁ ଜଗତସିଂହପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି ।
ଅନୁଗୁଳ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ମଧ୍ୟ ସେ ଅତିରକ୍ତ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡିଛି । ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି । ବିଜୟ କୁମାର ଜେନାଙ୍କୁ ଢ଼େଙ୍କାନାଳ ଜିଲ୍ଲାର ସହ ପର୍ଯ୍ୟବେକ୍ଷକ ଭାବେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦେଇଛନ୍ତି । ଜଗତସିଂହପୁର ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ପୁରଷ୍କୃତ କରାଯାଇଛି ।
ତାଙ୍କୁ ଜିଲ୍ଲାର କାର୍ଯ୍ୟକାରୀ ସଭାପତି କରାଯାଇଛି । ଏହାଛଡ଼ା ସେ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମଧ୍ୟ ରହିଛନ୍ତି । ନିକଟରେ ସେ ପୂର୍ବତନ ମନ୍ତ୍ରୀ ଡା ଦାମଦୋର ରାଉତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଫେରାଦ ହୋଇଥିଲେ ।