ଭୁବନେଶ୍ୱର (ଏଟିଆର ବ୍ୟୁରୋ ) ; ମାଡି ଆସୁଛି ବାତ୍ୟା । ତୀବ୍ର ଅବପାତର ରୂପ ନେଲା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଫଳରେ ଉପକୂଳ ଓଡିଶାରେ ବାତ୍ୟା ଆଶଙ୍କା ଦେଖାଦେଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଡିପ ଡିପ୍ରେସନ ହେବାସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପନେବ ବୋଲି ଜଣାପଡିଛି । ଏଭଳି ଅନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ବର୍ତ୍ତମାନ ବାତ୍ୟାର କେନ୍ଦ୍ରସ୍ଥଳୀ ଗୋପାଳପୁର ଠାରୁ ୭୨୦ କିଲୋମିଟର ଦୂରରେ ଥିବାବେଳେ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ସେହିପରି ଆସନ୍ତା ୧୦ ଓ ୧୧ ତାରିଖରେ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ଓଡିଶାର ଉପକୂଳ ସ୍ଥାନ ମାନଙ୍କରେ ପବନ ବେଗ ବଢିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାପାଇଁ ବାରଣ କରାଯାଇଛି । ତେବେ ପବନର ବେଗ ପାଖାପାଖି ଘଣ୍ଟା ପ୍ରତି ୭୦ ରୁ ୮୦ କିଲୋମିଟର ରହିବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।