ଭୁବନେଶ୍ୱର(ଏଟିଆର ବ୍ୟୁରୋ);ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ । କରୋନା ମହାମାରୀକୁ ଆଖି ଆଗରେ ରଖି ବିଧାନସଭା ଚାଲିଥିବା ବେଳେ ଗାନ୍ଧିମାର୍ଗରେ ବିକ୍ଷୋଭ କରିବା ମନା। କୋଭିଡ୍ ପାଇଁ ଲାଗୁ ହୋଇଥିବା ନିୟମ ଯୋଗୁଁ ଏହି ଅନୁମତି ଦିଆଯାଇ ନାହିଁ। ଏନେଇ ପୋଲିସ କମିଶନର ଫୋନ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୌଣସି ସଂଗଠନକୁ ଏନେଇ ଅନୁମତି ଦିଆଯାଇ ନାହିଁ। ବିଧାନସଭା ବେଳେ କୌଣସି ବିକ୍ଷୋଭ ଓ ରାଲି ନକରିବାକୁ ଅନୁରୋଧ।
ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ତା’ପୂର୍ବରୁ ୨୮ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ। ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭା ମୌସୁମୀ ଅଧିବେଶନ ଅକ୍ଟୋବର ୭ ଯାଏଁ ଚାଲିବ। ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ କରାଯାଉଛି କରୋନା ଟେଷ୍ଟ । ମନ୍ତ୍ରୀ, ବିଧାୟକ, ବିଧାନସଭା କର୍ମଚାରୀ ଓ ସୁରକ୍ଷା କର୍ମଚାରୀଙ୍କ କରୋନା ଟେଷ୍ଟ ତିନି ଦିନ ଧରି ହେବ। ଏଥିପାଇଁ ୭ଟି ଟିମ୍ ଗଠନ କରାଯାଇଛି । କୋଭିଡ ଟେଷ୍ଟ ପାଇଁ ବିଏମସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ତେଣୁ ବିଧାନ ସଭା ଅଧିବେଶନ ହେବା ପୂର୍ବରୁ ସାମ୍ବାଦିକ ଓ ମନ୍ତ୍ରୀଙ୍କର କରୋନା ଟେଷ୍ଟ କରାଯିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024