ଭୁବନେଶ୍ୱର(ଏଟିଆର ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବର୍ଷା ଲାଗି ଗହିଛି । ଏହା ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି , ଯାହା ଫଳରେ ୫ ଦିନ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ରହିଛି । ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏହା ଓଡିଶା ଉପକୂଳମୁହାଁ ହେବ । ଏହାର ପ୍ରଭାବରେ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି କୋରାପୁଟ, ରାୟଗଡା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ କାର୍ୟ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024