ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଘଟିଛି ବଡ ଧରଣର ଅଘଟଣ । ଭୁବନେଶ୍ୱର ଓମଫେଡ ଛକ ନିକଟସ୍ଥ ଟ୍ରାନସଫରମରରେ ନିଆଁ ଲାଗିଯାଇଥିଲା । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପହଞ୍ଚି ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।
ଆହତ ହୋଇଥିବା ଲୋକମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ସେଠାରେ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଆହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଳଖିଆ ଦୋକାନୀ ମାଲିକ ଓ ତାଙ୍କ ପୁଅ ରହିଥିବା ବେଳେ ଆଉ ୨ ଜଣ ଦୋକାନରେ କାମ କରୁଥିଲେ ।
ତେବେ ବର୍ତ୍ତମାନ ସୁଦ୍ଧା ୈାଣସି କାରଣରୁ ଟ୍ରାନ୍ସଫର୍ମର ଫାଟିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଛାନଭିନ୍ ଜାରି ରଖିଛନ୍ତି ।ଏହି ଘଟଣାର ତଦନ୍ତ କରି ଏହା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣ ଲୋକେ ଦାବି କରିଛନ୍ତି ।