ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪ କୁ ବୃଦ୍ଧି ପାରଛି । ଏନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି ।
୪ ମୃତକଙ୍କ ମଧ୍ୟରୁ ବରଗଡ଼ , ଖୋର୍ଦ୍ଧା , ମାଲକାନଗିରି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୦୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରେ ୧୭୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩୧୨୭୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।