ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମଣଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟନରେ ୧୦୩୫ ଜଣ ଚିହ୍ନଟ ହୋଇଥିବରବେଳେ ୭୪୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ସର୍ବାଧିକ ୩୦୩ ଜଣ ନୂଆପଡାରୁ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୮୭ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲରାୁ ୨ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୮୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ ଚିହ୍ନଟ ହୋଇଛନ୍ତି ।
୧୭୮୪ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୩,୦୮୬ରେ ପହଞ୍ଚିଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୪୦,୬୦୦ ଜଣ ସୁସ୍ଥ ହୋଇସାରିଛନ୍ତି। ୧୦,୫୦୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।