ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଗୋଟେ ପରେ ଗୋଟେ ମୁଣ୍ଡ ନେଉଛି ମହାମାରୀ କରୋନା । ଆଜି ପୁଣି ଆଉ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ମୃତକ ଦ୍ୱୟ ଗଞ୍ଜାମ ଜିଲ୍ଲାର ବୋଲି ଜାଣିବାକୁ ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
କରୋନାରେ ଆଜି ମୃତ୍ୟୁ ହୋଇଥିବା ୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷିୟା ମହିଳା ରହିଥିବା ବେଳେ ଅନ୍ୟଜଣେ ସେହି ଗଞ୍ଜାମ ଜିଲ୍ଲାର ୩୯ ବର୍ଷିୟ ବ୍ୟକ୍ତି । ଉଭୟ କରୋନା ପଜିଟିଭ୍ ଚିହ୍ନଟ ହେଲା ପରେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କିନ୍ତୁ ଉଭୟଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବା ଯୋଗୁଁ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।