ଭୁବନେଶ୍ୱର(ଏଟିିଆର ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୯୯୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟଇନରେ ରହିଥିବାବେଳେ ୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୭,ବାଲେଶ୍ୱରରୁ ୬,ପୁରୀରୁ୫,ଝାରସୁଗୁଡାରୁ ୪,ଗଞ୍ଜାମରୁ ୩,କେନ୍ଦ୍ରାପଡା,ନୟାଗଡ ଓ ରାୟଗଡାରୁ ୨ ଜଣ,କଟକରୁ ୧୯ଜଣ,ବଲାଙ୍ଗିରରୁ ୧୨ଜଣ,କଳାହାଣ୍ଡିରୁ ୧୨ଜଣ,ଓ ସୁନ୍ଦରଗଡରୁ ୧୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୪୮୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୪୪୯ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।