ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟ ପାଇଁ ଖୁସୀ ଖବର । ପୁଣି ରାଜ୍ୟରୁ ଆଉ ତିନି କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା ଏହି ୩ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ଜାଣିବାକୁ ମିଳିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ ୨୪ ଜଣ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।
ଆଜିର ଗୋଟିଏ ନୂଆ ପଜିଟିଭକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ରେ ପହଞ୍ଚିଛି।
ନୂତନ ପଜିଟିଭ ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରାଯିବ। https://t.co/ebe2n8Tm4q
— I & PR Department, Odisha (@IPR_Odisha) April 18, 2020
ଅନ୍ୟପଟେ ଗତ ତିନି ଦିନ ପରେ ଆଜି ଏକ କରୋନା ପଜିଟିଭ୍ ମାମଲା ସାମ୍ନାକୁ ଆସିଛି । ଏହି ତିନି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ୨୪ ଜଣ ଆକାନ୍ତ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଏବେ ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୬୧ ଛୁଇଁଛି ।