ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନାର ସ୍ଥିତି ଯେତିକି ବିଗୁଡିଛି ସେହି ଅନୁସାରେ ରାଜଧାନୀରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହି ମହାମାରି ଉପରେ କାବୁ ପାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କମିଶନରେଟ ପୋଲିସକୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ଯାହାପରେ ସକ୍ରିୟ ହୋଇ ଉଠିଛି କମିଶନରେଟ ପୋଲିସ ।
ବିଭିନ୍ନ ସ୍ଥାନରେ ଅମାନିଆଙ୍କ ଠାରୁ ଫାଇନ ଆଦାୟ ସହ କୋଭିଡ ନିୟମ ଉଲ୍ଲଘନକାରୀଙ୍କ ଉପରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉଛି । ହେଲେ ଏତେ ସତ୍ୱେ ରାଜଧାନୀରେ ଆୟତ ହେଉନି ମହାମାରୀ । ଆଜି ମଧ୍ୟ ରାଜଧାନୀରେ ଆଉ ୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଈଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୨୪୪ଟି ସ୍ଥାନୀୟ ସଂକ୍ରମିଣ ଚିହ୍ନଟ ହୋଇଛନ୍ତି । ଯାହାଫଳରେ ଏବେ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୪୩ରେ ପହଞ୍ଚିଛି । ଏଥିମଧ୍ୟରୁ ୩୮୦୬ଟି ଆକ୍ଟିଭ କେସ ରହିଥିବା ବେଳେ ୧୫୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ମହାମାରୀରେ ୬୯ଜଣଙ୍କର ମୁତ୍ୟୃ ଘଟିସାରିଲାଣି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024